ନୂଆଦିଲ୍ଲୀ: ଭାରତୀୟ କୁସ୍ତି ମହାସଂଘର ନିର୍ବାଚନ ଆସନ୍ତା ଜୁଲାଇ ୪ ତାରିଖରେ ଅନୁଷ୍ଠିତ ହେବ । ଜମ୍ମୁ-କଶ୍ମୀର ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ମହେଶ ମିତ୍ତଲ କୁମାରଙ୍କୁ ଏହି ନିର୍ବାଚନ ପାଇଁ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି । ଅନ୍ୟପଟେ ବ୍ରିଜଭୂଷଣ ଶରଣ ସିଂହଙ୍କ ଗିରଫଦାରୀ ଦାବୀରେ ବିରୋଧ ପ୍ରଦର୍ଶନ କରିଛନ୍ତି ।
ବ୍ରିଜଭୂଷଣ ଶରଣ ସିଂହଙ୍କ ବିରୋଧରେ ଅନେକ ମହିଳା କୁସ୍ତିଯୋଦ୍ଧା ଯୌନ ଶୋଷଣର ଆରୋପ ଲଗାଇଛନ୍ତି । ଏନେଇ ଦିଲ୍ଲୀ ପୁଲିସ ୨ଟି ମାମଲା ଦାୟର କରିଛି । କୁସ୍ତିଯୋଦ୍ଧା ଗତ ବୁଧବାର ଖେଳମନ୍ତ୍ରୀ ଅନୁରାଗ ଠାକୁରଙ୍କ ସହ ବୈଠକ କରିଥିଲେ । ଏଥିରେ ସେମାନେ ନିଜର ସମସ୍ତ ଦାବୀ ଖେଳମନ୍ତ୍ରୀଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ ।