ଶିଳ୍ପାୟନ କ୍ଷେତ୍ରରେ ପାଦେ ଆଗେଇଲେ ସରକାର

  • ଭୁବନେଶ୍ୱର: ଶିଳ୍ପାୟନ କ୍ଷେତ୍ରରେ ଆଉ ପାଦେ ଆଗେଇଲେ ରାଜ୍ୟ ସରକାର। ରାଜ୍ୟରେ ଆଉ ୫ଟି ବଡ଼ ଶିଳ୍ପ ପ୍ରତିଷ୍ଠା ହେବ। ଏଥିପାଇଁ ୧ ଲକ୍ଷ ୪୬ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ। ଏହି ଶିଳ୍ପରେ ପ୍ରତ୍ୟକ୍ଷ ଓ ପରୋକ୍ଷଭାବେ ୨୬ ହଜାର ୯୫୯ ଜଣ ନିଯୁକ୍ତି ପାଇବେ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି ଏସବୁ ପ୍ରକଳ୍ପକୁ ମଞ୍ଜୁରି ଦେଇଛି। ଭୂଷଣ ପାୱାରା ଓ ଷ୍ଟିଲ ପ୍ଲାଣ୍ଟ ଲିମିଟେଡ ଇସ୍ପାତ ଉତ୍ପାଦନକୁ ୫ ଏମଟିପିଏରୁ ୧୫ ଏମଟିପିଏକୁ ସମ୍ପ୍ରସାରଣ କରିବ। ସେହିପରି ଯାଜପୁର କଳିଙ୍ଗନଗରରେ ଥିବା ଟାଟା ଷ୍ଟିଲ ଲିମିଟେଡ ଇସ୍ପାତ ଉତ୍ପାଦନ ୮ ଏମଟିପିଏ, ହଟ ରୋଲଡ କଏଲ ୭ ଏମଟିପିଏ ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯିବ। ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ, ରୁଙ୍ଗଟା ଷ୍ଟିଲ ପ୍ଲାଣ୍ଟ ଲିମିଟେଡ ସମ୍ପ୍ରସାରଣ ପାଇଁ ସରକାରଙ୍କୁ ଦେଇଥିବା ପ୍ରସ୍ତାବକୁ ମଞ୍ଜୁରି ମିଳିଛି।