କରୋନାର ବଢ଼ୁଥିବା ମାମଲାକୁ ଦୃଷ୍ଟିରେ ରଖି ଆନ୍ତର୍ଜାତୀୟ ବିମାନ ଉଡ଼ାଣ ପ୍ରତିବନ୍ଧକ ମାର୍ଚ୍ଚ ୩୧କୁ ବୃଦ୍ଧି

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ପୁଣି ଥରେ କରୋନା ଭୂତାଣୁ ବଢ଼ିବାରେ ଲାଗିଛି। ଏନେଇ ପୁଣି ଥରେ କେନ୍ଦ୍ର ସରକାର ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଉପରେ ଲାଗିଥିବା ପ୍ରତିବନ୍ଧକକୁ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ଆନ୍ତର୍ଜାତୀୟ ଅଲ-କାର୍ଗୋ ଅପରେସନ୍ ଏବଂ ବିମାନ ଚଳାଚଳ ସଂସ୍ଥା ଦ୍ୱାରା ସ୍ୱତନ୍ତ୍ର ଭାବେ ଅନୁମୋଦିତ ବିମାନଗୁଡ଼ିକରେ ଏହି ପ୍ରତିବନ୍ଧକ ଲାଗୁ ହେବ ନାହିଁ।