ଦେବଗଡ଼,ଏନ୍ଏନ୍ଏସ୍: ସ୍ଥାନୀୟ ପୌର ପରିଷଦ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଆଜି ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଭାଗ ପକ୍ଷରୁ ଏକ ବୃହତ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଅତିଥି ଭାବେ ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣୀଗ୍ରାହୀ, ପୌରାଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଶୁଭାରମ୍ଭ କରିଥିଲେ।
ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ବିଭାଗୀୟ ଅଧିକାରୀ ସୁଧିର କୁମାର ନଇ, ଭାରପ୍ରାପ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀନିବାସ ଜାନୀ, ଆଇନଜୀବୀ ଦିଲ୍ଲୀପ କୁମାର ଗୁରୁ, ବରିଷ୍ଠ ନାଗରିକ ପ୍ରଫୁଲ୍ଲ କୁମାର ମହାପାତ୍ର, ହେମନ୍ତ କୁମାର ମହାପାତ୍ର ଓ ମାର୍କଣ୍ଡେଶ୍ୱର ଶତପଥୀ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି ସ୍ୱାସ୍ଥ୍ୟ ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ବିଭାଗର ବିଶେଷଜ୍ଞ ଡାକ୍ତର ଏବଂ ସହାୟକ ମାନଙ୍କ ଦ୍ୱାରା ବରିଷ୍ଠ ନାଗରିକ ମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଏହି ଅବସରରେ ୬ ଜଣ ଭିନ୍ନକ୍ଷମଙ୍କୁ ସ୍ୱାବଲମ୍ବି ହେବା ନିମନ୍ତେ ଆକ୍ସିସ ବ୍ୟାଙ୍କ ପକ୍ଷରୁ ୧୦ ହଜାର ଟଙ୍କା ଲେଖାଏଁ ଋଣ ପ୍ରଦାନ କରାଯାଇଥିଲା।