ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ଭୁବନେଶ୍ୱରର ବିଭିନ୍ନ ନିର୍ମାଣାଧୀନ ପ୍ରକଳ୍ପ କାମର ସମୀକ୍ଷା କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ। ବରମୁଣ୍ଡାରେ ଆନ୍ତଃରାଜ୍ୟ ବସ୍ ଟର୍ମିନାଲ (ଆଇଏସବିଟି) ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ୫ଟି ସଚିବ। ତାଙ୍କର ଏହି ଗସ୍ତରେ ବିଏମସି କମିସନର ସଞ୍ଜୟ ସିଂହ, ପୂର୍ତ୍ତ ସଚିବ କ୍ରିଷନ କୁମାର ଓ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରୀଷ୍ଣା ମଧ୍ୟ ଉପସ୍ଥିତ ଥିଲେ। ୨୦୨୨ ସୁଦ୍ଧା ଶେଷ ହେବ ଏହି ଆନ୍ତଃରାଜ୍ୟ ଷ୍ଟେଟ୍ ବସ୍ ଟର୍ମିନାଲ। ଏହି ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା।
