ଇସ୍ପାତ ଶିଳ୍ପ ପ୍ରତିଷ୍ଠା ଦାବିରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ

ପାଟଣା, ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବ୍ଲକ କଂଗ୍ରେସ କମିଟି ତରଫରୁ କେନ୍ଦୁଝର ଜିଲ୍ଲାରେ ବୃହତ ଇସ୍ପାତ ଶିଳ୍ପ ପ୍ରତିଷ୍ଠା, କେନ୍ଦ୍ର ସରକାରଙ୍କ କୃଷି ଆଇନ ପ୍ରତ୍ୟାହାର ଦାବି ସହ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ପାଟଣା ବ୍ଲକ୍ ଅଫିସ ସମ୍ମୁଖରେ ବିକ୍ଷୋଭ କରାଯାଇଥିଲା। ଏହି ବିକ୍ଷୋଭରେ ବ୍ଲକ୍ କଂଗ୍ରେସ କମିଟି ସଭାପତି ଶତ୍ରୁଘ୍ନ ସିଂ, ପାଟଣା ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ଇଂ ବିନୋଦ ବିହାରୀ ନାଏକ, ପୂର୍ବତନ ପାଟଣା ବ୍ଲକ୍ ଅଧ୍ୟକ୍ଷ ଇଂ ବିଦ୍ୟାଧର ଦାଶ, ବରିଷ୍ଠ ନେତା ବସନ୍ତ ମିଶ୍ର, ଗୌତମ ସାହୁ ଓ ମାନସ ସାହୁ ପ୍ରମୁଖ କେନ୍ଦ୍ର ସରକାରଙ୍କ ଜନ ବିରୋଧୀ କାର୍ଯ୍ୟକୁ ସମାଲୋଚନା କରି ସ୍ଲୋଗାନ ଦେଇଥିଲେ। ବିଡିଓଙ୍କ ଅନୁପସ୍ଥିତିରେ ଏବିଡିଓ ପ୍ରଫୁଲ କୁମାର ନାୟକଙ୍କ ମାଧ୍ୟମରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି।