ଜିଲ୍ଲା କଂଗ୍ରେସ ପକ୍ଷରୁ ଜୟ ଭାରତ ସତ୍ୟାଗ୍ରହ ଓ ବିକ୍ଷୋଭ ସମାବେଶ

ଦେବଗଡ଼,ଏନ୍‌ଏନ୍‌ଏସ୍‌: ଜନ ବିରୋଧୀ ମୋଦୀ ସରକାରଙ୍କ କବଳରୁ ଗଣତନ୍ତ୍ର, ଗଣତାନ୍ତ୍ରିକ ଅନୁଷ୍ଠାନ ଓ ସମ୍ବିଧାନ ସୁରକ୍ଷା ସହ ଦେଶ ବଞ୍ଚାଇବା ଆହ୍ୱାନ ଦେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜୟ ଭାରତ ସତ୍ୟାଗ୍ରହ ଓ ବିକ୍ଷୋଭ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା କଂଗ୍ରେସ ସଭାପତି ଉମାଶଙ୍କର ସାହୁଙ୍କ ନେତୃତ୍ୱରେ ଶତାଧିକ ମହିଳା, ପୁରୁଷ ଦଳୀୟ କର୍ମୀ ଓ ପଦାଧିକାରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ମୋଦୀ ସରକାରଙ୍କ ବିରୁଦ୍ଧରେ ବିଭିନ୍ନ ସ୍ଲୋଗାନ ଦେବାସହ ବିକ୍ଷୋଭ ସମାବେଶରେ ସାମିଲ ହୋଇଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ମହିଳା କଂଗ୍ରେସ ସଭାନେତ୍ରୀ ମଞ୍ଜୁଲତା ନାୟକ, ଏସସି ମୋର୍ଚ୍ଚା ସଭାପତି ମଞ୍ଜୁଳ ନାୟକ, ପୂର୍ବତନ ନଗରପାଳ ନେତ୍ରାନନ୍ଦ ସାମଲ, ସମ୍ପାଦକ ବିନୋଦ ବିହାରୀ ନାୟକ, ବରିଷ୍ଠ କଂଗ୍ରେସ ନେତା ବସନ୍ତ କୁମାର ମିଶ୍ର, ପ୍ରମୋଦ କୁମାର ମିଶ୍ର, କ୍ଷିତୀଶ କୁମାର ପ୍ରଧାନ, ଆମର୍ଜିତ ବାର୍ଲାଙ୍କ ସମେତ ଦଳୀୟ କର୍ମୀ ଓ ପଦାଧିକାରୀ ଉପସ୍ଥିତ ଥିଲେ ।