ବିଜେଡିରୁ ଇସ୍ତଫା ଦେଲେ ଜୀବନ ପ୍ରଦୀପ

ଭୁବନେଶ୍ୱର,ଏନ୍ଏନ୍ଏସ୍: ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ନେଇ ସେ ଏକ ପ୍ରେସମିଟରେ ଘୋଷଣା କରିଛନ୍ତି। ଗତକାଲି ଜୀବନଙ୍କୁ ଦଳରୁ ସସପେଣ୍ଡ କରାଯାଇଥିଲେ ମଧ୍ୟ ଏହି ଅଭିଯୋଗ ଉପରେ ପକ୍ଷ ରଖିବାକୁ ସୁଯୋଗ ନଦେବାରୁ ଇସ୍ତଫା ଦେଇଥିବା ଜୀବନ କହିିଛନ୍ତି। ଉପନିର୍ବାଚନରେ ଯାହା ଦାୟିତ୍ୱ ଦିଆଯାଇଥିଲା କରିଥିଲି ବୋଲି ମଧ୍ୟ ଜୀବନ ପ୍ରକାଶ କରିଛନ୍ତି।