ଝାଡ଼ଖଣ୍ଡର ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ ଓ ତାଙ୍କ ପତ୍ନୀଙ୍କୁ କରୋନା

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ ଓ ତାଙ୍କ ପତ୍ନୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ତାଙ୍କ ପୁଅ ତଥା ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଟ୍ୱିଟ କରି ସୂଚନା ଦେଇଛନ୍ତି।

ଗତକାଲି ରାତିରେ ଶିବୁ ସୋରେନ ଓ ତାଙ୍କ ପତ୍ନୀଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା। ଦୁହିଁଙ୍କ ସ୍ୱାସ୍ଥ୍ୟବସ୍ଥା  ସ୍ଥିର ଥିବାବେଳେ ଏବେ ତାଙ୍କୁ ହୋମ ଆଇସୋଲେସନରେ ରଖାଯାଇଛି। ଏଥିସହିତ ଅଗଷ୍ଟ ୨୪ ତାରିଖରେ ହେମନ୍ତଙ୍କର କରୋନା ଟେଷ୍ଟ କରାଯିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ଜୁଲାଇ ପ୍ରାରମ୍ଭରେ ହେମନ୍ତଙ୍କ କ୍ୟାବିନେଟର ଜଣେ ମନ୍ତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ପରେ ହେମନ୍ତ ଓ ତାଙ୍କ ପତ୍ନୀଙ୍କ କରୋନା ଟେଷ୍ଟ କରାଯାଇଥିଲା ଯାହାର ରିପୋର୍ଟ ନେଗେଟିଭ ଆସିଥିଲା।