ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଆଜି ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଚରଣ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ବିଷ୍ଣୁ ଦାସଙ୍କ ଅମର ଆତ୍ମାର ସଦ୍ଗତି ପାଇଁ ଆଜି ଜିଲ୍ଲା ବିଜେଡିର ସଦସ୍ୟମାନେ ବିଷ୍ଣୁ ଚରଣ ଦାସଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରି ଦୁଇ ମିନିଟ ନୀରବ ପ୍ରାର୍ଥନା କରିଛନ୍ତି। ବିଜେଡି ଏସସି ସେଲ୍ ଜିଲ୍ଲା ସଭାପତି ଜୟ ପ୍ରକାଶ କୁଅଁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସଦସ୍ୟ ତାପସ ରାୟ ଚୌଧୁରୀ, ସନ୍ଦୀପ ଅବସ୍ତି, ତ୍ରିନାଥ ଗୁଆଲ, ଜୟ କୁମାରୀ ପଟେଲ, ମନୋରଞ୍ଜନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ସାମାଜିକ ଦୂରତା ରକ୍ଷା ଓ ମାସ୍କ ପରିଧାନ କରି ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।