ଝାରସୁଗୁଡାରେ ପୁଣି ୪୫ ପଜିିଟିଭ ଚିହ୍ନଟ

ଝାରସୁଗୁଡା,ଏନ୍ଏନ୍ଏସ୍: ଝାରସୁଗୁଡା ଜିଲ୍ଲାରେ ପୁଣି ୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଝାରସୁଗୁଡା ପୌରପରିଷଦ ଅଞ୍ଚଳରୁ ୧୩ ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୪ ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୫ ଜଣ, ଲଇକେରା ବ୍ଲକରୁ ୫ ଜଣ, କୋଲାବିରା ବ୍ଲକରୁ ୬ ଜଣ ଓ କିର୍ମିରା ବ୍ଲକରୁ ୨ ଜଣ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିବାପରେ ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଝାରସୁଗୁଡାର ଆଉ ୬ ଜଣ ବ୍ୟକ୍ତି ବାହର ଜିଲ୍ଲାର ଚିକିତ୍ସାଳୟରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ପ୍ରକାଶ ଯୋଗ୍ୟ ଯେ, ବର୍ତ୍ତମାନ ପର୍ଯ୍ୟନ୍ତ ଜିଲ୍ଲାରେ ୬ ହଜାର ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫୭୬୦ ସୁସ୍ଥ ହୋଇଛନ୍ତି ଏବଂ ୩୦୭ ଜଣଙ୍କ ଚିକିତ୍ସା ଜାରି ରହିଛି।