ଝାରସୁଗୁଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ପାର

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୬୨ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୦୪୨କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪,୪୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧୮ ଜଣଙ୍କ ଚିକିତ୍ସା ଜାରି ରହିଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୧୨ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ୮ଜଣ, କିର୍ମିରା ଓ ଝାରସୁଗୁଡ଼ା ବ୍ଲକରୁ ୪ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୨୦ଜଣ, ଲଇକେରା ବ୍ଲକରୁ ୬ଜଣ ଓ କୋଲାବିରା ବ୍ଲକରୁ ଜଣେ ରହିଛନ୍ତି। ଏମାନଙ୍କ ମଧ୍ୟରେ ୫୯ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୨ଜଣ ପୂର୍ବ ଆକ୍ରାନ୍ତଙ୍କ ରିପୋର୍ଟ ପୁଣି ପଜିଟିଭ ଆସିଥିବାବେଳେ ଝାରସୁଗୁଡ଼ାର ଆଉ ୩ଜଣ ବ୍ୟକ୍ତି ଜିଲ୍ଲା ବାହାର ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।