ସପ୍ତାହବ୍ୟାପୀ ଛାତ୍ର ବିଜେଡିର ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମହାମାରୀ କରୋନା ସମୟରେ ରକ୍ତସଂକଟ ଦୂର କରିବା ପାଇଁ ଅଣ୍ଟା ଭିଡ଼ିଛି ଛାତ୍ର ବିଜେଡି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ସପ୍ତାହବ୍ୟାପୀ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସାମାଜିକ ପ୍ରତିବଦ୍ଧତାର ପ୍ରଦର୍ଶନ ସ୍ୱରୂପ ଛାତ୍ର ବିଜେଡି କରୋନା ମୁକାବିଲାରେ ପ୍ରମୁଖ ଭୂମିକା ନେଇଛି। ଛାତ୍ର ବିଜେଡି ସଭାପତି ରାଣାପ୍ରତାପ ପାତ୍ରଙ୍କ ନେତୃତ୍ୱରେ ବିଜେଡି ରାଜ୍ୟ କାର୍ଯ୍ୟାଳୟଠାରେ ‘ଜୀବନ ବିନ୍ଦୁ’ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା।
ବିଜେଡି ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ତଥା ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଉପସ୍ଥିତ ରହି ପ୍ରଥମେ ରକ୍ତଦାନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ, ବିଧାୟକ ସୁଶାନ୍ତ ରାଉତ ଏବଂ ଯୁବ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ବିଜୟ ନାୟକ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଛାତ୍ର ବିଜେଡିର ରାଜ୍ୟ ସାଧାରଣ ସମ୍ପାଦକ ମନୋଜ ସେନାପତି, ସ୍ମୃତିରଞ୍ଜନ ପଟ୍ଟନାୟକ, ଅସିତ୍ ସାମଲ, ସମ୍ପାଦକ ପ୍ରମୋଦ ପାତ୍ର, ଦୀପକ ସାହୁ, ସିଦ୍ଧାର୍ଥ ସାମଲ, ସାଂଗଠନିକ ସମ୍ପାଦକ ସ୍ନେହାଶିଷ ଜେନା, ସ୍ଥିତପ୍ରଜ୍ଞ ପଣ୍ଡା, ଭୁବନେଶ୍ୱର ଜୋନ୍ ସଭାପତି ଅଜିତ୍ ବେହେରା, ପୂର୍ବତନ କର୍ପୋରେଟର ସମୀର ପ୍ରଧାନ, ଭୁବନେଶ୍ୱର ଯୁବ ବିଜେଡି ସଭାପତି ଅମରଜିତ୍ ସେନାପତି, ତନ୍ମୟ ନାୟକ, ଧର୍ମେନ୍ଦ୍ର ଧଳ, ସଞ୍ଜୟ ବିଶୋୟୀ, ସୁମନ ସାହୁ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୂଚାରୁରୂପେ ସମ୍ପାଦନ କରିଥିଲେ।