ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

ଦେବଗଡ଼, ଏନ୍‌ଏନ୍‌ଏସ୍‌: ଦେବଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଉପସ୍ଥିତ ରହି ସମୁଦାୟ ୧୯ଟି ଅଭିଯୋଗର ଶୁଣାଣୀ କରିଥିଲେ । ସେଥିମଧ୍ୟରୁ ୪ଟି ସାମୁହିକ ଅଭିଯୋଗ ରହିଥିବାବେଳେ ୧୫ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା । କେତେକ ଅଭିଯୋଗର ତୁରନ୍ତ ସମାଧାନ କରାଯାଇ ଥିବାବେଳେ ଅନ୍ୟ ସମସ୍ତ ଅଭିଯୋଗର ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ଶ୍ରୀ ଉପାଧ୍ୟାୟ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ଜମିପଟ୍ଟା, ଶିକ୍ଷକ ବଦଳି ଓ ବିଜୁଳି ସଂଯୋଗ ଉପରେ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଙ୍କୁର ମଲ୍ଲିକ, ଉପଜିଲ୍ଲାପାଳ ବ୍ରଜବନ୍ଧୁ ଭୋଇଙ୍କ ସମେତ ଅନ୍ୟ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।