ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

ଦେବଗଡ଼,ଏନ୍‌ଏନ୍‌ଏସ୍‌: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଯୋଗଦେଇ୨୬ଟି ଅଭିଯୋଗ ପତ୍ରର ଶୁଣାଣୀ କରି ସଂପୃକ୍ତ ବିଭାଗର ଅଧିକାରୀଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ୨୦ଟି ବ୍ୟକ୍ତିଗତ ସମସ୍ୟା ଏବଂ ୬ଟି ସାମୁହିକ ସମସ୍ୟା ରହିଥିଲା । ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଜମିବାଡ଼ି ବିବାଦ କୃଷି ଋଣ ଓ ରାସ୍ତା ସମସ୍ୟା ନେଇ ଜନସାଧାର ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି ଥିଲେ । ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ପ୍ରମୋଦ କୁମାର ରଥ, ବନଖଣ୍ଡ ଅଧିକାରୀ ମଗର ଧନାଜୀ ରାଓସ, ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଲୁକାଶ ପ୍ରଧାନ, ଉପଜିଲ୍ଲାପାଳ ବ୍ରଜବନ୍ଧୁ ଭୋଇ ଓ ଉପଜିଲ୍ଲାପାଳ ଲୀଳାବତୀ ନାୟକଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।