ଭବାନୀପାଟଣା,ଏନ୍ଏନ୍ଏସ୍: ଆଜି ଜୟପାଟଣା ବ୍ଲକ୍ ସମ୍ମିଳନୀ କକ୍ଷରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୭୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୨୮ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୪୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତୁରନ୍ତ କରାଯାଇଥିଲା।