ଜିଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର

ନବରଙ୍ଗପୁର,ଏନ୍ଏନ୍ଏସ୍: ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଶୋକ ମେହେଟା ସଭା ଗୃହରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୫୦ ଜଣଙ୍କର ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ୮ଟି ଗୋଷ୍ଠୀ ଆଗତ ହୋଇଥିବା ବେଳେ ବଳକା ୪୨ଗୋଟି ବ୍ୟକ୍ତିଗତ ଆପତ୍ତି, ଅଭିଯୋଗ ରହିଥିଲା। ସେଥିମଧ୍ୟରୁ ଆବଶ୍ୟକ ଡାକ୍ତରୀ ଚିକିତ୍ସା, ପ୍ରଧାନମନ୍ତ୍ରୀ ଆବାସ, ଘର ଡିହ, ଜମିପଟ୍ଟା, ନିଯୁକ୍ତି ସୁବିଧା, ଉଚ୍ଚ ଶିକ୍ଷା ପାଇଁ ଆର୍ଥିକ ସହାୟତା, ଦିବ୍ୟlଙ୍ଗ ଆର୍ଥିକ ସହାୟତା, କୋଭିଡ୍ ଅନୁକମ୍ପା ରାଶି ପ୍ରଦାନ, ବିଦ୍ୟୁତ୍ ସଂଯୋଗ, ପାରିବାରିକ ସମସ୍ୟା, ଜମିଜମା ସଂକ୍ରାନ୍ତୀୟ ଇତ୍ୟାଦି ଅଭିଯୋଗର ଶୁଣାଣି ହୋଇଥିଲା।

ପଞ୍ଜିକରଣ କରାଯାଇଥିବା ସମସ୍ତଙ୍କର ଆପତ୍ତି, ଅଭିଯୋଗ ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଶୁଣିବା ସହିତ ଏହାର ତୁରନ୍ତ ଆଶୁ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଜନଶୁଣାଣୀ ଶିବିରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଜିଲ୍ଲାପାଳ ଡକ୍ଟର ମିଶ୍ର ଙ୍କ ଦ୍ଵାରା ପାଞ୍ଚଟି ଗ୍ରୁପ କୁ ଦିବ୍ୟାଙ୍ଗ ବିବାହ ପ୍ରୋତ୍ସାହନ ରାଶି ଗ୍ରୁପ୍ ପିଛା ୨ ଲକ୍ଷ ୫୦ ହଜାର ଟଙ୍କାର ଚେକ୍ ଏବଂ ୫ ଜଣଙ୍କୁ ତୃତୀୟ ଲିଙ୍ଗ ପରିଚୟ ପତ୍ର ପ୍ରଦାନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ବ୍ୟତୀତ ଆରକ୍ଷୀ ଅଧୀକ୍ଷକ ଏସ୍ ଶୁଶ୍ରୀ, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ରତ୍ନାକର ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କାଳିପ୍ରସାଦ ବେହେରା, ଜିଲ୍ଲା ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଅଭିମନ୍ୟୁ ମାଝୀ, ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ସ୍ମୃତି ରଂଜନ ସାମନ୍ତରାୟ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ସ୍ଵର୍ଣ୍ଣ ଲତା ବିଶ୍ୱାସ, ଜିଲ୍ଲl ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ସୂଚନା ଓ ଲୋକ ସଂପର୍କ ଅଧିକାରୀ ହଳଧର ନିଆଲଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।