ନୂଆଦିଲ୍ଲୀ: ଜଷ୍ଟିସ ଧନଞ୍ଜୟ ୟଶବନ୍ତ ଚନ୍ଦ୍ରଚୂଡ଼ ଦେଶର ୫୦ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଉକ୍ତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ସୁପ୍ରିମକୋର୍ଟ ଜଜ୍ ଓ କେନ୍ଦ୍ରମନ୍ତ୍ରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ କାର୍ଯ୍ୟକାଳ ନଭେମ୍ବର ୧୪ ୨୦୨୪ ପର୍ଯ୍ୟନ୍ତ ରହିବ ।
ସୂଚନାଯୋଗ୍ୟ, ଜଷ୍ଟିସ ଧନଞ୍ଜୟ ୟଶବନ୍ତ ଚନ୍ଦ୍ରଚୂଡ଼ ୨୦୧୬ରେ ସୁପ୍ରିମକୋର୍ଟର ଜଜ୍ ଭାବେ ନିଯୁକ୍ତି ପାଇଥିଲେ । ଏହାପୂର୍ବରୁ ଆହ୍ଲାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ । ଜଜ୍ ରୂପେ ତାଙ୍କ ପ୍ରଥମ ନିଯୁକ୍ତି ୨୦୦୦ ମସିହାରେ ବମ୍ବେ ହାଇକୋର୍ଟରେ ହୋଇଥିଲା ।