ସୋମବାରଠାରୁ କାଳବୈଶାଖୀ ବର୍ଷା : ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତାକାଲି ଠାରୁ ରାଜ୍ୟରେ ବଢିବ କାଳବୈଶାଖୀ ବର୍ଷା। ଏଥିପାଇଁ ୧୫ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ଼ ଏବଂ କେନ୍ଦୁଝର,  ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ। ଟ୍ରପଲାଇନ୍ ପ୍ରଭାବରେ କାଳବୈଶାଖି ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୧୧ ତାରିଖରୁ ଉତ୍ତର ବଙ୍ଗୋପସାଗର ରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୦ ତାରିଖରୁ ୧୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।