୩୪ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ ଗଲା ୬୯୩.୯୪ କୋଟି କାଳିଆ ଟଙ୍କା

ଭୁବନେଶ୍ୱର,ଏନ୍ଏନ୍ଏସ୍: ନୂତନ ଆର୍ଥିକ ବର୍ଷରେ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ କାଳିଆ ଯୋଜନାରୁ କାମ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ପବିତ୍ର ଓଡ଼ିଶା ଦିବସ ଅବସରରେ କାଳିଆ ଯୋଜନାରେ ୩୪ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ ୬୯୩.୯୪ କୋଟି ଟଙ୍କା ରବିଋତୁ ପାଇଁ ଜମା କରାଯାଇଛି। କାର୍ଯ୍ୟକ୍ରମ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ପବିତ୍ର ଓଡ଼ିଶା ଦିବସ। ଆମ ସମସ୍ତଙ୍କ ପାଇଁ ଏକ ଆନନ୍ଦର ଦିନ। ଏହି ଅବସରରେ ଆମର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ ମୋର ଅଭିନନ୍ଦନ ଜଣାଉଛି। ଆଜି ଠାରୁ ମଧ୍ୟ ଆମର ନୂଆ ଆର୍ଥିକ ବର୍ଷ ଆରମ୍ଭ ହେଉଛି। ମହାତ୍ମା ଗାନ୍ଧୀ ଓ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଚାଷୀଙ୍କ କଲ୍ୟାଣ କାର୍ଯ୍ୟକ୍ରମରୁ ହିଁ ମୁଁ ଆଜି ନୂଆ Financial Year ଆରମ୍ଭ କରୁଛି।

କାଳିଆ ଯୋଜନା ଆମର ଏକ ଗୁରୁତ୍ୱପୂର୍ଣ୍ଣ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ। ଆଜି ଆମର ୩୪ ଲକ୍ଷ ଚାଷୀଙ୍କ ବ୍ୟାଙ୍କ ଖାତାକୁ କାଳିଆ ଯୋଜନାରେ ୭୦୦ କୋଟି ଟଙ୍କା ଜମା କରାଗଲା। Its heartening to note that kalia is having an impact in the lives of 37 lakh farmers in the state as well as 17 lakh landless poor. Kalia scheme is the only scheme in the entire country which also helps landless poor along with farmers. ଚାଷୀର ତ୍ୟାଗ ଓ ସ୍ୱାଭିମାନ ହିଁ ଆଜି ଓଡିଶାର ସ୍ୱାଭିମାନ ବୃଦ୍ଧି କରିଛି । ଓଡିଶାର ଚାଷୀ ଆଜି ଅନ୍ୟ ରାଜ୍ୟକୁ ଖାଦ୍ୟ ଯୋଗାଉଛି । କୃଷି କର୍ମଣ ପୁରସ୍କାର ପାଇ ଓଡିଶାକୁ ଗର୍ବିତ କରୁଛି । ଚାଷୀକୁ zero percent interestରେ ଋଣ, ନୂଆ କୃଷି ନୀତି ଆଦି ଅନେକ କାର୍ଯ୍ୟକ୍ରମ ଆମର ଚାଷୀ ଭାଇଙ୍କୁ ଉତ୍ସାହିତ କରିଛି । ଆମ ଚାଷୀ ଭାଇଭଉଣୀଙ୍କ ପାଇଁ ମୁଁ ଗର୍ବିତ।

ଚାଷୀ ଆମ ଅର୍ଥନୀତିର ମହାଶକ୍ତି । କୋଭିଡ ସମୟରେ ଚାଷୀ ଭାଇ ହିଁ ଆମର ଅର୍ଥନୀତିକୁ ରକ୍ଷା କରିଛି। ତେଣୁ ଚାଷୀକୁ ଅଣଦେଖା କରି ବିକାଶ କଥା ଚିନ୍ତା କରାଯାଇ ନ ପାରେ। ମୁଁ ସବୁବେଳେ ଚାଷୀ ଭାଇଭଉଣୀ ମାନଙ୍କ ସହ ରହିଛି । ସେମାନଙ୍କ ପାଇଁ କାମ କରୁଛି ଓ କରି ଚାଲିବି । ଦେଢ ଗୁଣ MSP କାହାର ଦୟା ନୁହେଁ । ଏହା ଚାଷୀର ହକ୍ । ଚାଷୀକୁ ତାର ହକ୍ ଦେବାପାଇଁ ଆମର ଲଢେଇ ଜାରି ରହିଛି । MS Swaminathan Committee Recommendationକୁ କାର୍ଯ୍ୟକାରୀ କରିବା ପାଇଁ ଆମର ଦାବୀ ଜାରି ରହିବ। ସବୁ କଠିନ ପରିସ୍ଥିତିରେ ଚାଷୀ ଦେଶ ପ୍ରତି ତାର ଦାୟିତ୍ୱ ନିଷ୍ଠାର ସହ କରିଚାଲିଛି। ଚାଷୀର ତ୍ୟାଗ ଓ ପରିଶ୍ରମକୁ ପ୍ରଣାମ ଜଣାଉଛି । ମାଟି ମା’ ପାଇଁ ଚାଷୀର ତ୍ୟାଗ ଅମୂଲ୍ୟ। ବୋଲି ମୁଖ୍ୟମନ୍ତ୍ରୀ ବର୍ଣନା କରିଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇ ମନ୍ତ୍ରୀ ଅରୁଣ ସାହୁ କାଳିଆ ଯୋଜନାକୁ ଦେଶ ପାଇଁ ଏକ ମଡେଲ ଭାବରେ ବର୍ଣ୍ଣନା କରି ଚାଷୀଙ୍କୁ ଆଗକୁ ବଢିବା ପାଇଁ ସୁବର୍ଣ୍ଣ ସୁଯୋଗ ସୃଷ୍ଟି କରିଛି ବୋଲି କହିଥିଲେ କୃଷି ଉତ୍ପାଦନ କମିଶନର ରାଜକୁମାର ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ – ଟି ସଚିବ ଭି.କେ ପଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ । ପିପିଲି ନିର୍ବାଚନ ଯୋଗୁଁ ପୁରୀ ବ୍ୟତୀତ ସବୁ ଜିଲ୍ଲାର ଚାଷୀଙ୍କୁ ବର୍ତ୍ତମାନ କାଳିଆ ସହାୟତା ଦିଆଗଲା।