କନ୍ଧମାଳ ଜିଲ୍ଲାସ୍ତରୀୟ ଯୁବ ରେଡକ୍ରସ୍ ପାଠ୍ୟ ସହ ତାଲିମ ଶିବିର ଉଦଘାଟିତ

ବାଲିଗୁଡ଼ା,ଏନ୍‌ଏନ୍‌ଏସ୍‌: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ କନ୍ଧମାଳ ଜିଲ୍ଲାସ୍ତରୀୟ ଯୁବ ରେଡକ୍ରସ୍ ପାଠ୍ୟ ସହ ତାଲିମ ଶିବିର ଉଦଘାଟିତ ହୋଇଯାଇଛି । ୩ଦିନ ଧରି ଆୟୋଜିତ କାର୍ଯ୍ୟକ୍ରମର ପ୍ରଥମ ଦିନରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ଅଧ୍ୟକ୍ଷତା କରିଥିବାବେଳେ ମୁଖ୍ୟଅତିଥି ଭାବେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ପ୍ରତ୍ୟୁଷ ରଞ୍ଜନ ଶତପଥୀ, ସମ୍ମାନିତ ଅତିଥି ରୂପେ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ଯୁବ ରେଡକ୍ରସ୍ ଜିଲ୍ଲା ସଂଯୋଜକ ଡା. ବିଭୂତିଭୂଷଣ ଆଚାର୍ଯ୍ୟ ଓ କାର୍ଯ୍ୟକ୍ରମ ସଂଯୋଜକ ଦଣ୍ଡପାଣି ଭୂୟାଁ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥିବୃନ୍ଦ ଶପଥ ପାଠ ଓ ରେଡକ୍ରସର ଆଭିମୁଖ୍ୟ ବର୍ଣ୍ଣନା କରିଥିଲେ । ଏହି ତ୍ରିଦିବସୀୟ ତାଲିମ କାର୍ଯ୍ୟକ୍ରମରେ ୨୨ଟି ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟରୁ ୧୫୦ଜଣ ସ୍ୱେଚ୍ଛାସେବୀ ଅଂଶଗ୍ରହଣ କରିଛନ୍ତି ।