କେରଳ ରାଜ୍ୟପାଳ ଆରିଫ ମହମ୍ମଦଙ୍କୁ କରୋନା

ନୂଆଦିଲ୍ଲୀ: କେରଳ ରାଜ୍ୟପାଳ ଆରିଫ ମହମ୍ମଦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି। ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ଜଣାପଡ଼ିଛି। ଏଥିସହିତ ଗତ ସପ୍ତାହରେ ଦିଲ୍ଲୀରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବାକୁ ରାଜ୍ୟପାଳ ଆରିଫ ପରାମର୍ଶ ଦେଇଛନ୍ତି।