ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର ଡାକ୍ତର କରୋନାରେ ଆକ୍ରାନ୍ତ

ଖୋର୍ଦ୍ଧା,ଏନ୍ଏନ୍ଏସ୍: ଖୋର୍ଦ୍ଧା ଜିଲ୍ଲାରେ ଦିନକୁଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସମ୍ପୃକ୍ତ ଡାକ୍ତରଙ୍କ ବୟସ ୪୮ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ଏଥିସହିତ ଡାକ୍ତର କରୋନା ପଜେଟିଭ ଚିହ୍ନଟ ହେବାପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସାନିଟାଇଜ କରାଯିବା ସହ ଓପିଡିକୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବ ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଶ୍ୱରଞ୍ଜନ ପତି ସୂଚନା ଦେଇଛନ୍ତି ।