ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ରରେ ଖୋଲିଲା ଆଇସିୟୁ

କୋରାପୁଟ,ଏନ୍ଏନ୍ଏସ୍: କୋରାପୁଟ ସହିଦ ଲକ୍ଷଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲର ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଜି ଶିଶୁ ଆଇସିୟୁ ଉଦଘାଟିତ ହୋଇଛି। ଗୁରୁତର ଶିଶୁଙ୍କ ନିମନ୍ତେ କୋରାପୁଟରେ ଆଇସିୟୁ ଖୋଲିବା ନିଶ୍ଚିତ ରୂପେ ସ୍ୱାଗତ ଯୋଗ୍ୟ ପଦକ୍ଷେପ ବୋଲି ଜନସାଧାରଣ ମତବ୍ୟକ୍ତ କରିଛନ୍ତି। ମେଡିକାଲ କଲେଜ ଓ ହସ୍ପିଟାଲର ଡିନ୍ ପ୍ରଫେସର କୃଷ୍ଣଚନ୍ଦ୍ର ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ହସ୍ପିଟାଲ ଅଧୀକ୍ଷକ ପ୍ରଫେସର ଡାକ୍ତର ସୀତାରାମ ମହାପାତ୍ର, ଶିଶୁ ବିଭାଗ ମୁଖ୍ୟ ପ୍ରଫେସର ଡାକ୍ତର ଅରକ୍ଷିତ ସ୍ୱାଇଁ, ଡାକ୍ତର ସତ୍ୟଜିତ ସାମଲ, ହସ୍ପିଟାଲ ମ୍ୟାନେଜର ଶୁଭେନ୍ଦୁ ପଣ୍ଡା ଓ ଅଭିରାମ ସାହୁ ଉପସ୍ଥିତ ଥିଲେ।