ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆର୍ଥିକ ସହାୟତା

କୋରାପୁଟ,ଏନ୍ଏନ୍ଏସ୍ : କୋରାପୁଟ ଷ୍ଟାଡିୟମରେ କାର୍ଯ୍ୟରତ ଠିକା କର୍ମଚାରୀ ଶରତ କୁମାର ସାହୁଙ୍କୁ ଆଖି ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨୦ ହଜାର ଟଙ୍କା ସହାୟତା ଦିଆଯାଇଛି। ଜିଲ୍ଲାପାଳ ମଧୁସୂଦନ ମିଶ୍ରଙ୍କ ଅନୁମୋଦନ କ୍ରମେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଜ୍ଞାନଜିତ ତ୍ରୀପାଠୀ ସହାୟତା ରାଶିର ଚେକ୍ ପ୍ରଦାନ କରିଥିଲେ।