ଖୋର୍ଦ୍ଧା,ଏନ୍ଏନ୍ଏସ୍: ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଗୋଡ଼ିପଡ଼ା ଗାଁର କେ କୁଅରୁ ମାଆ ଓ ପୁଅର ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅନୁସାରେ, ଗତକାଲି ଗୋଡିପଡା ଗାଁର ମନୋଜ ଶ୍ରୀଚନ୍ଦନଙ୍କ ସ୍ତ୍ରୀ ବର୍ଷା ଶ୍ରୀଚନ୍ଦନ ଓ ତାଙ୍କ ୬ ବର୍ଷର ଶିଶୁପୁତ୍ର ସକାଳୁ ନିଖୋଜ ଥିଲେ। ତେବେ ସନ୍ଧ୍ୟାରେ ଏକ କୂଅ ଭିତରେ ଶିଶୁର ମୃତଦେହ ଭାସୁଥିବା ସ୍ଥାନୀୟଲୋକ ଦେଖିବାକୁ ପାଇଥିଲେ। ଏହାପରେ ଖବର ପାଇ ଜଙ୍କିଆ ଥାନା ପୁଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ମା’ ପୁଅଙ୍କ ମୃତଦେହ ପାଣି ଭିତରୁ ଉଦ୍ଧାର କରିଥିଲେ। ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିବାବେଳେ ପୁଲିସ ଘଟଣା ସମ୍ପର୍କରେ ତଦନ୍ତ କରୁଛି।