ରାୟଗଡା,ଏନ୍ଏନ୍ଏସ୍: ଗତକାଲି ରାତିରେ କିରୋସିନ ଢାଳି ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏଭଳି ଘଟଣା ରାୟଗଡା ସହରର ଷ୍ଟେଟ୍ ବ୍ୟାଙ୍କ ଛକ ନିକଟରେ ଦେଖିବାକୁ ମିଳିଛି। ମହିଳା ଜଣଙ୍କ କାବ୍ୟା(୧୯) ହୋଇଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ତାଙ୍କ ଶରୀରର ପ୍ରାୟ ୮୦ ଭାଗ ପୋଡି ଯାଇଥିବା ଚିକିତ୍ସା କରୁଥିବା ଡାକ୍ତର ପ୍ରକାଶ କରିଛନ୍ତି। ଆତ୍ମହତ୍ୟା ଉଦ୍ୟମର ପ୍ରକୃତ କାରଣ ଜଣାପଡିନଥିବାବେଳେ ମହିଳାଙ୍କ ଅବସ୍ଥା ଗୁରୁତର ହେବାରୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ତେବେ ଘରୋଇ କଳହରୁ ମହିଳା ଜଣଙ୍କ ଆତ୍ମହତ୍ୟା ଉଦ୍ୟମ କରିଥିବା ଅନୁମାନ କରାଯାଉଛି। ଖବରପାଇ ରାୟଗଡ଼ା ଟାଉନ୍ ଥାନା ପୁଲିସ ମେଡ଼ିକାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।