୯୪ ବର୍ଷରେ ପଦାର୍ପଣ କଲେ ଲାଲକୃଷ୍ଣ ଆଡଭାନୀ, ଘରେ ପହଞ୍ଚି ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଆଜି ୯୪ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଉପରାଷ୍ଟ୍ରପତି ଏମ୍ ଭେଙ୍କେୟା ନାୟଡୁ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଡଭାନୀଙ୍କ ଘରେ ପହଂଚି ତାଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି। ସମସ୍ତ ନେତା ଆଡଭାନୀଙ୍କ ସହ ମିଶି କେକ୍ ମଧ୍ୟ କାଟିଛନ୍ତି। ଏହାପୂର୍ବରୁ ମୋଦୀ ଟ୍ୱିଟ୍ କରି ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ।