ମୁମ୍ବାଇ: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ସ୍ୱାସ୍ଥ୍ୟବସ୍ଥା ପୁଣିଥରେ ବିଗିଡ଼ିଛି । ଗତ ୨୭ ଦିନ ହେବ ମୁମ୍ବାଇର ବ୍ରୀଚ କେଣ୍ଡୀ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଲତାଙ୍କ ସ୍ୱାସ୍ଥ୍ୟବସ୍ଥା ସୁଧୁରୁଥିଲା । ହେଲେ ପୁଣିଥରେ ଦେହ ଖରାପ ହେବାରୁ ତାଙ୍କୁ ଭେଣ୍ଟିଲେଟରକୁ ସ୍ଥାନାନ୍ତର କରାଯାଇଛି ।
ସୂଚନାଯୋଗ୍ୟ, ଲତା ମଙ୍ଗେସକର କରୋନା ସଂକ୍ରମିତ ହେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ବହୁବାର ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିଥିବାବେଳେ ଆଜି ପୁଣି ବିଗିଡ଼ି ଥିବା ସୂଚନା ମିଳିଛି ।