ଲତା ରାୟ ହେଲେ ଜିଲ୍ଲା ବିଜୁ ମହିଳା ଜନତା ଦଳ ସଭାନେତ୍ରୀ

କୋରାପୁଟ,ଏନ୍ଏନ୍ଏସ୍: କୋରାପୁଟ ଜିଲ୍ଲା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ ଲତା ରାୟ ମନୋନୀତ ହୋଇଛନ୍ତି। କୋରାପୁଟ ଜିଲ୍ଲା ପରିଷଦ ସଭାପତି ତୁଲସି କିରସାନି ରାଜ୍ୟ ବିଜୁ ମହିଳା ଜନତା ଦଳର ସମ୍ପାଦକ ଓ କୋରାପୁଟ ଜୋନ ସଭାନେତ୍ରୀ ଭାବେ ରୀତା ପାଣିଗ୍ରାହୀ ମନୋନୀତ ହୋଇଥିବା ଜଣାପଡ଼ିଛି। ଏହି ପରିପ୍ରେକ୍ଷୀରେ ଲତା, ତୁଲସି ଓ ରୀତା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣେଇଛନ୍ତି। କୋରାପୁଟ ଜିଲ୍ଲା ବିଜେଡିର ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, କୋରାପୁଟ ବିଧାୟକ ରଘୁରାମ ପଡ଼ାଲ, ପଟ୍ଟାଙ୍ଗୀ ବିଧାୟକ ପୀତମ ପାଢ଼ୀ, ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନୀ ଓ ଜିଲ୍ଲା ଯୁବ ବିଜୁ ଜନତା ଦଳ ସଭାପତି ଅମିତ ଅଗ୍ରୱାଲ ପ୍ରମୁଖ ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ସମସ୍ତ ସଦସ୍ୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି।