ନବରଙ୍ଗପୁର,ଏନ୍ଏନ୍ଏସ୍: ଜିଲ୍ଲା ଆଇନ ସେବା ପ୍ରାଧିକରଣ ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଆଇନଜୀବୀ, ପାରା ଲିଗାଲ ସଦସ୍ୟ ଓ ପୁଲିସ କର୍ମଚାରୀଙ୍କୁ ନେଇ ଆଇନ ସଚେତନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ ସଂଜୀବ ଦୁବେଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ହୋଇଥିଲା । ଏଥିରେ ଜିଲ୍ଲା ଦୌରାଜଜ ସଂଜୀବ ଦୁବେ ମୁଖ୍ୟଅତିଥି ଭାବେ ଯୋଗଦେଇ ସଡ଼କ ସୁରକ୍ଷା ଉପରେ ରହିଥିବା ବିଭିନ୍ନ ଆଈନ ବିଷୟରେ ସଚେତନ କରିଥିଲେ । ଅତିରିକ୍ତ ଜିଲ୍ଲା ଜଜ ଶିବ ପ୍ରସାଦ ମିଶ୍ର, ଆଇନଜୀବୀ ସଂଘର ସଭାପତି ନରସିଂହନାଥ ତ୍ରିପାଠୀ ଓ ଆଇନଜୀବୀ ସନତ ମିଶ୍ର ବିଭିନ୍ନ ଆଈନ ବିଷୟରେ ସଚେତନ କରିଥିଲେ । ଅନ୍ୟାନ୍ୟ ଅତିଥିଭାବେ ଅତିରିକ୍ତ ଜିଲ୍ଲା ଜଜ୍(ଏଡିଏଚ୍ଓସି), ନିରଞ୍ଜନ ସାହୁ, ମୁଖ୍ୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ସୁଦାମ ଚରଣ ଦାଶ, ଜିଲ୍ଲା ଆଇନ ସେବା ପ୍ରାଧୀକରଣ ସଚିବ ଜନକ ରାଉତ, ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ ରାଜଶ୍ରୀ ଅରୟବାଲା ତ୍ରିପାଠୀ, ଜିଲ୍ଲା ଆଈନଜୀବୀ ସଂଘର ସମ୍ପାଦକ ରାମ ପ୍ରସାଦ ପାତ୍ର ଓ ବହୁ ଆଇନଜୀବୀ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଈନ ସେବା ପ୍ରାଧିକରଣର ସଚିବ ଜନକ ରାଉତଙ୍କ ଦ୍ୱାରା ପରିଚାଳନା କରାଯାଇଥିଲା ।