ଜିଲ୍ଲା ଆଇନ ସେବା ପ୍ରାଧୀକରଣ ପକ୍ଷରୁ ଆଇନ ସଚେତନତା ଶିବିର

ନବରଙ୍ଗପୁର,ଏନ୍‌ଏନ୍‌ଏସ୍‌: ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରଙ୍ଗମାଟିଗୁଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧୀକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଓ ଦୌରାଜଜ ସଂଜୀବ ଦୁବେଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ହୋଇଥିଲା । ଏଥିରେ ଜନକ ରାଉତ ସ୍ଥାୟୀ ଲୋକ ଅଦାଲତ ଓ ସାର୍ବଜନୀକ ଉପୋଯୋଗିତା ସେବା ବିଷୟରେ ସଚେତନ କରିଥିଲେ । ନନ୍ଦାହାଣ୍ଡି ବ୍ଲକ ଉନ୍ନୟନ ଅଧିକାରୀ କ୍ଷୀରୋଦ ଚନ୍ଦ୍ର ସାହୁ, ଆଇନଜୀବୀ ରାଜ କିଶୋର ନାଗ, କିଶୋରୀ ପଟ୍ଟନାୟକ ଓ ଜିଲ୍ଲା ପରିଷଦ ସଦସ୍ୟ ଦିବ୍ୟଦାନ ସୁନା କାର୍ଯ୍ୟକ୍ରମରେ ଭାଗ ନେଇ ବିଭିନ୍ନ ଆଇନ ବିଷୟରେ ସଚେତନ କରିଥିଲେ । ଜିଲ୍ଲା ଆଇନ ସେବା ପ୍ରାଧୀକରଣ ସଚିବ ଜନକ ରାଉତଙ୍କ ଦ୍ୱାରା କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା ।