ନବରଙ୍ଗପୁର,ଏନ୍ଏନ୍ଏସ୍: ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନୋଡାଲ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ ତାରାଗାଁରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ସଚେତନତା ଶିବିର ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଈନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ ସଂଜୀବ ଦୁବେଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଈନ ସେବା ପ୍ରାଧିକରଣର ସଚିବ ଜନକ ରାଉତ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ଏଥିରେ ଅତିରିକ୍ତ ଶିକ୍ଷାଧିକାରୀ ରେଶମଲାଲ ନାୟକ, ଜିଲ୍ଲା ପରାମର୍ଶଦାତା, ଅରୁଣା, ଜିଲ୍ଲା ଶିଶୁ ସୁରକ୍ଷା ସମିତି, ପ୍ରଭାସିନୀ ପଟ୍ଟନାୟକ ଓ ସନ୍ଦୀପ ପଣ୍ଡା ବିଦ୍ୟାଳୟର ଶିକ୍ଷକ ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଆଈନ ବିଷୟରେ ସଚେତନ କରିଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଈନ ସେବା ପ୍ରାଧିକରଣ ନବରଙ୍ଗପୁର ଦ୍ୱାରା ପରିଚାଳନା କରଯାଇଥିଲା । ଶେଷରେ ସନ୍ଦୀପ ପଣ୍ଡା ଶିକ୍ଷକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ ଦେଇଥିଲେ ।