ଭବାନୀପାଟଣା ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ମେଗା ଆଇନ ସଚେତନତା ଶିବିର ଅନୁଷ୍ଠିତ

ଭବାନୀପାଟଣା,ଏନ୍ଏନ୍ଏସ୍: ଜାତୀୟ ଆଇନ ସେବା ପ୍ରାଧିକରଣ ଆନୁକୁଲ୍ୟରେ ରାଜ୍ୟ ଆଇନ ସେବା ପ୍ରାଧିକରଣ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ଜିଲ୍ଲା ପ୍ରଶାସନ ମିଳିତ ସହଯୋଗରେ ସ୍ଥାନୀୟ ଟାଉନହଲ ଠାରେ ଏକ ମେଗା ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ଏବଂ ଦୌରା ଜଜ୍ ଦୀପ୍ତି ରଞ୍ଜନ କାନୁନଗୋ ଓ ସମ୍ମାନିତ ଅତିଥି ରୂପେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଯୋଗଦେଇଥିଲେ। ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଶୁଭ ଗୌତମ ମିଶ୍ର ଏହି ଶିବିର ଆୟୋଜନର ଉଦ୍ଦେଶ୍ୟ ଉପରେ ସମ୍ୟକ୍ ସୂଚନା ଦେଇଥିଲେ। ଏହି ଅବସରରେ ଅର୍ଥାଭାବ ହେତୁ ଆଇନ ସହାୟତା ପାଇବାକୁ ଯୋଗ୍ୟ ବ୍ୟକ୍ତି ନିଜର ନାର୍ଯ୍ୟ ଅଧିକାର ଓ ନ୍ୟାୟ ସହ ଆଇନଗତ ସାହାଯ୍ୟ କିଭଳି ପାଇପାରିବେ ଏବଂ ସରକାରଙ୍କ ବିଭିନ୍ନ ହିତାଧିକାରୀ ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ, ତଥା ନିଜକୁ ଆର୍ଥିକ ଦୃଷ୍ଟିରୁ ସକ୍ଷମ କରିବା ପାଇଁ ସଚେତନତା ଉପରେ ଜିଲ୍ଲାପାଳ ମତବ୍ୟକ୍ତ କରିଥିଲେ।

ଜିଲ୍ଲା ଓ ଦୌରା ଜଜ୍ ଆଇନ ସେବା ପୃଷ୍ଠଭୂମି, ନିଃଶୁଳ୍କ ଆଇନ ସେବା, ଆଇନ ସେବା ପାଇଁ ଯୋଗ୍ୟତା ତଥା ଆଇନ ସହାୟତା ଉପରେ ବିସ୍ତୃତ ଭାବେ ମତ ପ୍ରକାଶ କରି ସମାଜର ନିସ୍ୱ, ଦଙ୍ଗା ପ୍ରପଡ଼ିତ, ଶିଶୁ ଓ ମହିଳାଙ୍କ ପାଇଁ ଆଇନ ସହାୟତା ଓ ଏଦିଗରେ ବ୍ୟାପକ ସଚେତନତା ଉପରେ ଗୁରୁତ୍ବ ଏବଂ ମେଗା ଆଇନ ସଚେତନତା ଶିବିର ସ୍ଥାପନ ଉପରେ କହିଥିଲେ। ଶିବିରରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ଶୁଭଞ୍ଜନ ମହାନ୍ତି, ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍‌ (ପୋକ୍ସୋ) ସୁବ୍ରତ କୁମାର ପଟ୍ଟନାୟକ, ବରିଷ୍ଠ ଦେୱାନି ଜଜ୍ ସମାପିକା ମହାନ୍ତି, ରେଜିଷ୍ଟାର ଦେୱାନି ଅଦାଲତ ରଶ୍ମିରେଖା ପାତ୍ର, ବରିଷ୍ଠ ଦେୱାନି ଜଜ୍ (ମହିଳା ଅଦାଲତ) ଅନୁଶୃତି ଚୌଧୁରୀ, ବରିଷ୍ଠ ଦେୱାନି ଜଜ୍ (ଏଲ୍ଆର୍‌ଏଣ୍ଡଏଲ୍‌ଟିଭି) ଶ୍ରିଦୀପ ମିଶ୍ର, ଉପଖଣ୍ଡ ବିଚାର ବିଭାଗିୟ ମାଜିଷ୍ଟ୍ରେଟ ସୂର୍ଯ୍ୟକାନ୍ତ ଆଚାର୍ଯ୍ୟ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ କେସିଙ୍ଗା ହୃଷୀକେଶ ଖେମୁଣ୍ଡୁ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଜୟପାଟଣା ପ୍ରତାପ ପୃଷ୍ଟି ପ୍ରମୁଖ ଯୋଗ ଦେଇଥିଲେ।

ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବ୍ରଜବିହାରର ଛାତ୍ରୀ ମାନେ ପ୍ରାରମ୍ଭିକ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ। ବିଭିନ୍ନ ବିଦ୍ୟାଳୟ ଦ୍ଵାରା ଘରୋଇ ହିଂସା, ଏସିଡ ଆଘାତ, ଯୌତୁକ ନିର୍ଯାତନା ଉପରେ କ୍ଷୁଦ୍ର ନାଟିକା ପରିବେଷଣ କରି ଆଇନ ସହାୟତା ଉପରେ ସଚେତନତା ସୃଷ୍ଟି କରିଥିଲେ। ମତ୍ସ୍ୟ ବିଭାଗ, ପ୍ରାଣୀ ସମ୍ପଦ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଓ ଶ୍ରମବିଭାଗ ତରଫରୁ ହିତାଧିକାରୀଙ୍କୁ ଅତିଥିଙ୍କ ଦ୍ଵାରା ଆର୍ଥିକ ସହାୟତା ବଣ୍ଟନ କରାଯାଇଥିଲା। ଏହି ଅବସରରେ ବିଭିନ୍ନ ବିଭାଗ ଦ୍ଵାରା ଷ୍ଟଲ୍ ସ୍ଥାପନ କରାଯାଇ ବିଭିନ୍ନ ସ୍କିମ୍‌ର ସୂଚନା ହିତାଧିକାରୀମାନଙ୍କୁ ଦିଆଯାଇଥିଲା। ଅଧ୍ୟାପକ ଶ୍ରୀ ଶୁଭେନ୍ଦୁ ମହାପାତ୍ର ଏବଂ ନମିତା ମିଶ୍ର ସଭା ସଂଯୋଜନା କରିଥିଲେ।

ଶିବିରରେ ବାର୍ କର୍ମକର୍ତ୍ତା, ଆଇନଜୀବୀ, ଡିଏଲ୍ଓ, ଡିପିଏମ୍‌ (ଓଏଲ୍ଏମ୍‌), ଜିଏମ୍‌, ଡିଆଇସି, ଡିଆଇପିଆର୍‌ଓ, ଡିଏସ୍ଏସ୍ଓ, ଡିଏଫ୍ଓ, ଓରମାସ ଅଧିକାରୀ, ହିତାଧିକାରୀ ତଥା ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।