‘ଲକ୍ଷ୍ମୀ ବସ୍‌’ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରିରେ ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ୬ଟି ଜିଲ୍ଲାରେ ‘ଲକ୍ଷ୍ମୀ’ ବସ୍ ସେବା ଆରମ୍ଭ ହୋଇଥିବା ଜଣାପଡ଼ିଛି । ପଞ୍ଚାୟତରୁ ଜିଲ୍ଲା ମୁଖ୍ୟାଳୟକୁ ଲକ୍ଷ୍ମୀ ବସ ସେବା ଯୋଡ଼ିବ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଲକ୍ଷ୍ମୀ ଯୋଜନା ଘରେ ଘରେ ଖୁସି ଆଣିବ । ଏହା ଗାଁରେ ଗାଁରେ ସମୃଦ୍ଧି ଆଣିବ ଏବଂ ଅର୍ଥନୀତିକୁ ସୁଦୃଢ଼ କରିବ । ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହ ଯୋଡ଼ିବ ।