ମେଡିକାଲ ଗୃହ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ

ନବରଙ୍ଗପୁର,ଏନ୍‌ଏନ୍‌ଏସ୍‌: ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକ ଅନ୍ତର୍ଗତ ମଇଦଲପୁରରେ ମେଡିକାଲ ଗୃହ ନିର୍ମାଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ସମ୍ମାନିତ ଅତିଥିଭାବେ ସାଂସଦ ରମେଶ ଚନ୍ଦ୍ର ମାଝୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ପାପଡ଼ାହାଣ୍ଡି ପଞ୍ଚାୟତ ସମିତି ଅଧ୍ୟକ୍ଷା ହେମଲତା ମାଝୀ ଓ ଉପାଧ୍ୟକ୍ଷ ସୁଶାନ୍ତ କୁମାର ବେହେରା ପ୍ରମୁଖ ଅଂଶଗ୍ରହଣ କରିଥିଲେ । ଉକ୍ତ ଗୃହ ନିର୍ମାଣ ପାଇଁ ଅଟକଳ ମୂଲ୍ୟ ୯୭ ଲକ୍ଷ ଟଙ୍କା ରହିଥିବା ସୂଚନା ମିଳିଛି । ଡାବୁଗାଁ ବିଧାୟକ ଶ୍ରୀ ରନ୍ଧାରୀ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ନିଯୁକ୍ତ ହେବା ପରେ ନିଜ ନିର୍ବାଚନ ମଣ୍ଡଳୀରେ ପ୍ରଥମେ ମେଡିକାଲ ଗୃହର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ମୈଦଲପୁରଠାରେ ଶ୍ରୀ ରନ୍ଧାରୀଙ୍କୁ ବିପୁଳ ସ୍ୱାଗତ ସମ୍ୱର୍ଦ୍ଧନା ଦିଆଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବହୁ ବିଜେଡି ନେତା ଓ କର୍ମୀ ଅଂଶଗ୍ରହଣ କରିଥିଲେ ।