ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ପ୍ରାୟ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର,ଏନ୍ଏନ୍ଏସ୍: ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ପ୍ରାୟ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣି ବଳୟ ସକ୍ରିୟ ଅଛି । ତେଣୁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ୧୫ଟି ଜିଲ୍ଲା ଭିତରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଜିଲ୍ଲା ଗୁଡ଼ିକ ରହିଛି ।

ଘୁର୍ଣ୍ଣିଂ ବଳୟ ପ୍ରଭାବରେ ରାଜ୍ୟରେ ୧୨ ତାରିଖ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ । ସେସବୁ ଜିଲ୍ଲା ହେଉଛନ୍ତି ବାଲେଶ୍ବର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କତା ଜାରି ହୋଇଛି । ତେବେ ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।