୧୯ ଜିଲ୍ଲାକୁ ବଜ୍ରପାତ ସତର୍କତା

  • ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୯ ଜିଲ୍ଲାକୁ ବଜ୍ରପାତ ସତର୍କତା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ପାଇଁ ଏହି ସତର୍କତା ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡା, ସୋନପୁର, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ନୟାଗଡ, କଟକ, ଯାଜପୁର ଜିଲ୍ଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି। ବଜ୍ରପାତ ସମୟରେ ବାହାରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।