Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ପୁରୀ ଶ୍ରୀମନ୍ଦିର ଆକ୍ଟ ଢାଞ୍ଚାରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଆକ୍ଟ ପ୍ରସ୍ତୁତ ହେବ : ମନ୍ତ୍ରୀ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ପୁରୀ ଶ୍ରୀମନ୍ଦିର ଆକ୍ଟ ଢାଞ୍ଚାରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଆକ୍ଟ ପ୍ରସ୍ତୁତ ହେବ : ମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍:  ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଆକ୍ଟ ଢାଂଚାରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପରିଚାଳନା ପାଇଁ ଏକ ଆକ୍ଟ ଖୁବ୍ ଶୀଘ୍ର ପ୍ରଣୟନ କରାଯିବ ବୋଲି ପଂଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ପ୍ରକାଶ କରିଛନ୍ତି । ମଙ୍ଗଳବାର ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ଜେନା ଉପରୋକ୍ତ ମର୍ମରେ ଏହା କହିଛନ୍ତି ।

ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପୁରୀ ଶ୍ରୀମନ୍ଦିର ସମସାମୟିକ ହୋଇଥିବାରୁ ଏପରି ଆକ୍ଟ ପ୍ରଣୟନର ଆବଶ୍ୟକତା ରହିଛି ବୋଲି ବିଜ୍ଞାନ ଓ କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ବୈଠକରେ ମତ ଦେଇଥିଲେ । ଏଥି ସହ ଟ୍ରଷ୍ଟ ବୋର୍ଡର ପୁନର୍ଗଠନ କରିବା, ଆକ୍ଟ ପ୍ରସ୍ତୁତି ପାଇଁ ଟ୍ରଷ୍ଟବୋର୍ଡ ଆଇନ ବିଭାଗକୁ ଦେବୋତର କମିଶନଙ୍କ ମାଧ୍ୟମରେ ପ୍ରସ୍ତାବ ଦେବେ ।

ମନ୍ଦିର ଆକ୍ଟ ସମ୍ବନ୍ଧରେ ଯଥେଷ୍ଟ ଅଭିଜ୍ଞତା ରହିଥିବା ଆଇନଜ୍ଞମାନଙ୍କୁ ସଂପୃକ୍ତ କରି ଏକ କମିଟି ଗଠନ କରିବା ଉପରେ ମନ୍ତ୍ରୀ ଶ୍ରୀ ପଣ୍ଡା ପରାମର୍ଶ ଦେଇଥିଲେ ।

ମନ୍ଦିର ଚତୁଃପାଶ୍ୱର୍ରୁ ଜବରଦଖଲ ଉଚ୍ଛେଦ, ପୁରାତତ୍ତ୍ୱ ବିଭାଗ ଦ୍ୱାରା ରକ୍ଷଣାବେକ୍ଷଣ, ମାର୍କେଟ କମ୍ପେ୍ଲକ୍ସ ସମ୍ବନ୍ଧିତ ସମସ୍ୟାର ସମାଧାନ, ବ୍ୟାଖ୍ୟାନ କେନ୍ଦ୍ର ସମ୍ମୁଖର ବିକାଶ ଓ ଦେବୀ ପାଦହରା ପୁଷ୍କରିଣୀର ଉନ୍ନୟନପାଇଁ ସବିଶେଷ ପ୍ରକଳ୍ପ ବିବରଣୀ ପ୍ରସ୍ତୁତ ହୋଇସାରିଥିବା କଥା ବୈଠକରେ ଆଲୋଚିତ ହୋଇଥିଲା ।

ଘଟଗାଁ ତାରିଣୀ ମନ୍ଦିର କମିଟି ଓ ରେମୁଣା କ୍ଷୀରଚୋରା ଗୋପୀନାଥ ମନ୍ଦିରର ଟ୍ରଷ୍ଟ ବୋର୍ଡର ସଂପୂର୍ଣ୍ଣ ପୁନର୍ଗଠନ ଓ ବିଭିନ୍ନ ସମସ୍ୟା ସଂପର୍କରେ ଦେବୋତର ବିଭାଗ ଦ୍ୱାରା ତଦନ୍ତ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା ।

ଏହି ବୈଠକରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରିନାରାୟଣ ପାତ୍ର, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ରାଜ୍ୟ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଶଶୀକାନ୍ତ ମିଶ୍ର, ଦେବୋତର କମିଶନର ଚିତରଞ୍ଜନ ମହାପାତ୍ର, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଅରୁଣ କୁମାର ବେହେରା, ମନ୍ଦିର ନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।