କେନ୍ଦ୍ରାପଡ଼ା,ଏନ୍ଏନ୍ଏସ୍: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫ ନମ୍ବର ଜାତୀୟ ରାଜପଥର ହଜାରୀ ଛକ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରୁ ଲୁଟ ହୋଇଛି। ଏନେଇ ମାର୍ଶାଘାଇ ଥାନାରେ ଏକ ମାମଲା ରୁଜୁ ହୋଇଛି।
ସୂଚନା ଅନୁଯାୟୀ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପେଟ୍ରୋଲ ପମ୍ପର କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରିବା ସହ ମାଡ଼ ମାରି ତାଙ୍କ ଠାରୁ ଲୁଟ କରିଛନ୍ତି।
କେତେ ଟଙ୍କା ଲୁଟ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନଥିବା ବେଳେ ଏ ସମ୍ପର୍କରେ ମାର୍ଶାଘାଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୁଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛି।