ଖୋର୍ଦ୍ଧାରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଖୋର୍ଦ୍ଧା ଜିଲ୍ଲାରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ ହୋଇଛି। ୧.୩୨ କେଜି ବ୍ରାଉନସୁଗାର ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ। ବ୍ରାଉନସୁଗାର କାରବାର ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି ଏସଟିଏଫ। ଉଲ୍ଲେଖଯୋଗ୍ୟ ଯେ ଗତକାଲି ସନ୍ଧ୍ୟାରେ ଏହି ବ୍ରାଉନସୁଗାର ଜବତ ହୋଇଛି। ଏନେଇ ପୁଲିସ ଡିଜି ଶ୍ରୀ ଅଭୟ ପ୍ରେସମିଟରେ ସୂଚନା ଦେଇଛନ୍ତି।