ଲଘୁଚାପ ପ୍ରଭାବ: ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି

ଭୁବନେଶ୍ୱର,ଏନ୍ଏନ୍ଏସ୍: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗରେ ଗତି କରିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହାର ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆକଳନ କରାଯାଇଛି। ଆଗାମୀ ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

ନୂଆପଡା, ବଲାଙ୍ଗିର, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ ଓ ଦେବଗଡ ଆଦି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।