ଆଗାମୀ ୨୪ ଘଣ୍ଟାରେ ଲଘୁଚାପ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଭାରତ ମହାସାଗର- ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ଆକଳନ କରାଯାଇଛି । ଏନେଇ ପାଣିପାଗ କେନ୍ଦ୍ର ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛି । ଅନ୍ୟପଟେ ଲଘୁଚାପ ବାତ୍ୟାର ରୂପ ନେବା ନେଇ ଆକଳନ କରାଯାଇନି ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।