ସପିଂ ମଲରେ ଭୟାବହ ଅଗ୍ନିକାଣ୍ଡ

ମୁମ୍ବାଇ, ଏଜେନ୍ସି: ମୁମ୍ବାଇର ନାଗପଡ଼ା ଅଞ୍ଚଳରେ ଥିବା ଏକ ସପିଂ ମଲରେ ଗତକାଲି ରାତିରେ ଅଗ୍ନିକାଣ୍ଡ ଘଟିଛି। ୮ ଟି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି । ତେବେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନଥିବା ଜଣାପଡିଛି। ରାତିରେ ମଲ୍ ଭିତରୁ ହଠାତ୍ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା । ଦେଖୁ ଦେଖୁ ଚାରିଆଡେ ନିଆଁ ବ୍ୟାପିଯାଇଥିଲା । ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାକାର୍ଯ୍ୟରେ ନିୟୋଜିତ ଅଛନ୍ତି।