ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

ଗଞ୍ଜାମ,ଏନ୍ଏନ୍ଏସ୍: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ସ୍ଥିତ କୂମ୍ପାପଡ଼ା ଗାଁରେ ପାଣିରେ ବୁଡ଼ି ଜଣେ ଯୁବକର ମୃତ୍ୟୁ ହୋଇଥିବା ଜଣାଯାଇଛି। ସୂଚନା ଅନୁସାରେ ଶନିବାର ଦିନ ଗାଧୋଇବାକୁ ଯାଇ ରବି ସାହୁ ନିଖୋଜ ଥିବାବେଲେ।

ତାଙ୍କୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ରବିବାର ଅପରାହ୍ଣରେ ଗ୍ରାମ ପୋଖରୀରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଜଗନ୍ନାଥପ୍ରସାଦ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାଯାଇଛି।