ଅହମ୍ମଦନଗର ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ରୋଗୀ ମୃତ

ମୁମ୍ବାଇ,ଏଜେନ୍ସି: ମହାରାଷ୍ଟ୍ର ଅହମ୍ମଦନଗର ସିଭିଲ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ। ଏଥିରେ ୧୦ ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏନେଇ ଖବର ପାଇ ଘଟଣାସ୍ଥଳରେ ପୁଲିସ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଏବଂ ଅନ୍ୟ ୱାର୍ଡକୁ ଯେପରି ନିଆଁ ନ ବ୍ୟାପେ ସେନେଇ ନିଆଁ ଲିଭା କାର୍ଯ୍ୟ ମଧ୍ୟ ଜାରି ରହିଛି।

ମିଳିଥିବା ସୂଚନା ଅନୁଯାୟୀ ହସ୍ପିଟାଲ ଆଇସିୟୁରେ କୌଣସି କାରଣ ବଶତଃ ନିଆଁ ଲାଗିଯାଇଥିଲା। ଏହି ସମୟରେ ଆଇସିୟୁରେ ୨୦ ଜଣ ରୋଗୀଥିଲେ। ଅଗ୍ନିକାଣ୍ଡ ଏତେ ଭୟଙ୍କରଥିଲା ଯେ ଏଥିରେ ୧୦ଜଣ ରୋଗୀ ପ୍ରାଣ ହରାଇଥିଲେ। କେଉଁ କାରଣରୁ ନିଆଁ ଲାଗିଲା ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଥିବା ବେଳେ ପୁଲିସ ତଦନ୍ତ ଆରମ୍ଭ କରିଛି।