ଗନ୍ଧମାର୍ଦ୍ଦନ ପର୍ବତରେ ମାଓବାଦୀ ଓ ସୁରକ୍ଷାବାହିନୀ ମଧ୍ୟରେ ଗୁଳି ବିନିମୟ

ବଲାଙ୍ଗିର,ଏନ୍ଏନ୍ଏସ୍: ବଲାଙ୍ଗିର ଗନ୍ଧମାର୍ଦ୍ଦନପାହାଡ଼ରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବାବେଳେ ମାଓ କ୍ୟାମ୍ପ ସମ୍ପୂର୍ଣ୍ଣ ଧ୍ୱଂସ ହୋଇଯାଇଛି। ହରିଶଙ୍କର ନିକଟ ଗନ୍ଧମାର୍ଦ୍ଦନ ପାହାଡ଼ ଉପରେ ମାଓବାଦୀ ଥିବାନେଇ ସୂଚନା ମିଳିବା ପରେ ଏସ୍ଓଜି ଚଢ଼ଉ କରିଥିଲା। ଏହି ସମୟରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି।