ରାଜ୍ୟରେ ଦିନ ୨ଟାରୁ ଦୋକାନ ବନ୍ଦ

କଟକ, ଏନ୍ଏନ୍ଏସ୍: ରାଜ୍ୟରେ ପ୍ରତିଦିନ କରୋନା ନୂଆ ରେକର୍ଡ ସୃଷ୍ଟି କରୁଛି। ଦିନକୁଦିନ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ସାରା ରାଜ୍ୟରେ ମେ ୩ରୁ ୧୫ ତାରିଖ ପର୍ଯ୍ୟନ୍ତ ଦିନ ୨ଟାରୁ ଦୋକାନ ବନ୍ଦ ରହିବ। ଏନେଇ ରାଜ୍ୟ ବ୍ୟବସାୟୀ ମହାସଂଘ ଶୁକ୍ରବାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମହାସଂଘ ଏହି ସମ୍ପର୍କରେ ରାଜ୍ୟ ସରକାରଙ୍କୁ ଅବଗତ କରାଇଥିବା ସୂଚନା ଦିଆଯାଇଛି। ଏ ବିଷୟରେ ମହାସଂଘର ସମ୍ପାଦକ ସୁଧାକର ପଣ୍ଡା ସୂଚନା ଦେଇଛନ୍ତି।