ବଣାଇ,ଏନ୍ଏନ୍ଏସ୍: ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁର ଏକ ଘର ଭିତରୁ ଜଣେ ବିବାହିତା ମହିଳାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ଏଥିସହିତ ଦେଢ଼ ବର୍ଷର ଶିଶୁପୁତ୍ରକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁସାରେ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଗତକାଲି କୌଣସି ଘଟଣାକୁ ନେଇ ଗଣ୍ଡଗୋଳ ହୋଇଥିଲା। ପରେ ଘର ଭିତରୁ ମହିଳାଙ୍କ ମୃତ ଦେହ ଉଦ୍ଧାର କରାଯାଇଥିବାବେଳେ ଶିଶୁପୁତ୍ରକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ସେଠାରୁ ଶିଶୁଟିକୁ ରାଉରକେଲା ଆରଜିଏଚ୍ରେ ଭର୍ତ୍ତି କରାଯାଇଛି।
ତେବେ କେମିତି ମହିଳାଙ୍କ ମୃତ୍ୟୁ ହେଲା ତାହା ସ୍ପଷ୍ଟ ହୋଇନାହିଁ। ଏହି ଘଟଣାରେ ମହିଳାଙ୍କ ବାପଘର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।