ଫେବୃଆରୀ ୨୦ରୁ ମାଟ୍ରିକ ପରୀକ୍ଷା

କଟକ,ଏନ୍‌ଏନ୍‌ଏସ୍‌: ରାଜ୍ୟରେ ଫେବୃଆରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ଫେବୃଆରୀ ୨୦ରେ ଓଡ଼ିଆ, ୨୩ରେ ଇଂରାଜୀ, ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ, ମାର୍ଚ୍ଚ ୨ରେ ଓ ମାର୍ଚ୍ଚ ୪ରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ। ୨,୯୯୧ ପରୀକ୍ଷା କେନ୍ଦ୍ରରେ ମୋଟ ୫ଲକ୍ଷ ୫୧ ହଜାର ୬୧୧ ପିଲା ପରୀକ୍ଷା ଦେବେ । ଏହାସହ ମାର୍ଚ୍ଚ ୧୫ରୁ ଖାତା ଦେଖା ଆରମ୍ଭ ହେବ । ଏନେଇ ବୋର୍ଡ ସଭାପତି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।